Below header

ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ,କାନ୍ଦ ବୋବାଳିରେ ଫାଟିପଡୁଛି ପୂରା ପରିବେଶ

ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଞ୍ଚୁଥିବାର ପରିଲକ୍ଷିତ ହେଉଛି। ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି।

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣା। ଏକାବେଳକେ ତିନୋଟି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ସେଠାରେ ପୂର୍ବରୁ ଛିଡ଼ା ହୋଇଥିବା ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ । ପରେ କିଛି ସମୟ ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଞ୍ଚୁଥିବାର ପରିଲକ୍ଷିତ ହେଉଛି। ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ହେଲେ ଏବେ ସେଠାରେ ମୃତଦେହ ଚିହ୍ନଟ କରିବା ସହଜସାଧ୍ୟ ହେଉ ନଥିବା ହେତୁ ଏହି ପ୍ରକ୍ରିୟା ବିଳମ୍ବିତ ହେବ ବୋଲି କୁହାଯାଉଛି। ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ଟ୍ରେନ ଦୁର୍ଘଟଣା ହେବା ପରେ ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି

ଉଦ୍ଧାର କାର୍ଯ୍ୟକୁ ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଉ ଗୋଟିଏ ବଗିରୁ ଉଦ୍ଧାର କାର୍ଯ୍ୟ ବାକି ରହିଛି। ନିର୍ଦ୍ଦିଷ୍ଟ ଏକ ବଗି ମାଟିରେ ଧସି ହୋଇ ରହିଛି। ସଂପୃକ୍ତ ବଗିରୁ ଉଦ୍ଧାର କାର୍ଯ୍ୟ ଆଉ କିଛି ସମୟ ଲାଗିବ। ଆହତଙ୍କୁ ବାଲେଶ୍ୱର ,ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏସସିବିରେ ୫୩ ଜଣ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା ଜଣାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.