ବିଦାୟ ନେବ ମୌସୁମୀ, ଆଜିଠୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଆରମ୍ଭ ହେବ

ଆସନ୍ତା ୨୪ ଘଣ୍ଟାରେ ରାଜସ୍ଥାନରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୁଳ ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ସାଧାରଣ ଭାବରେ ଅକ୍ଟୋବର ୧୫ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରୁ ଫେରିଥାଏ ।

କେନ୍ୟୁଜ୍(ବ୍ୟୁରୋ): ଦେଶରୁ ଫେରିଯିବ ମୌସୁମୀ । ଆଜିଠୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୨୪ ଘଣ୍ଟାରେ ରାଜସ୍ଥାନରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୁଳ ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ସାଧାରଣ ଭାବରେ ଅକ୍ଟୋବର ୧୫ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରୁ ଫେରିଥାଏ । ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବାରୁ ରାଜ୍ୟରୁ ମୌସୁମୀ ଅପସାରଣ ନେଇ ସ୍ପଷ୍ଟ ସୂଚନା ମିଳି ନାହିଁ । ରାଜ୍ୟରେ ଏବେ କିଛି କିଛି ସ୍ଥାନରେ ବିଜୁଳ୍ ଘଡ଼ଘଡ଼ି ସହ ଅଳ୍ପ ବହୁତ ବର୍ଷା ଜାରି ରହିଛି ।

ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଦାନା ବାନ୍ଧିବ ଏକ ଲଘୁଚାପ କ୍ଷେତ୍ର । ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଲଘୁଚାପ ନେଇପାରେ ଅବପାତର ରୂପ । ଏହାପରେ ଓଡ଼ିଶାରୁ ମୌସୁମୀର ଲେଉଟାଣି ଆରମ୍ଭ ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.