ରାଜ୍ୟ

ଜାତିଆଣକୁ ନେଇ ବାପାଙ୍କୁ ଗାଳିଗୁଲଜ କଲେ ମେଟ୍ରନ, ସହିନପାରି ଫିନାଇଲ ପିଇ ଦେଲେ ଛାତ୍ରୀ

ମାଲକାନଗିରି (କେନ୍ୟୁଜ): ଜାତିକୁ ନେଇ ଛାତ୍ରୀଙ୍କ ବାପାଙ୍କୁ ଗାଳିଗୁଲଜ କଲେ ମେଟ୍ରନ। ଏହାକୁ ସହି ନପାରି ଫିନାଇଲ ପିଇଦେଲେ ଜଣେ ଛାତ୍ରୀ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଥିବା ଆବାସିକ ବିଦ୍ୟାଳୟରେ। ଗୁରୁତର ପରେ ଛାତ୍ରୀ ଙ୍କୁ ଚିତ୍ରକୋଣ୍ଡା ମେଡ଼ିକାଲ ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

ସୂଚନା ଅନୁସାରେ ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ପେଟ ବ୍ଯଥା ଯୋଗୁଁ ବାପାଙ୍କ ସହ ଘରକୁ ଯିବାପାଇଁ ଅନୁମତି ମାଗିଥିଲେ ମେଟ୍ରନଙ୍କୁ। କିନ୍ତୁ ମେଟ୍ରନ ମାଡାମ ଛାତ୍ରୀଙ୍କ ବାପାଙ୍କୁ ଅସମ୍ମାନ ସହ ଜାତିଆଣ କରି ଗାଳିଗୁଲଜ କରିଥିଲେ । ବାପାଙ୍କୁ ଦୁର୍ବ୍ଯବହାର ସହ୍ଯ କରି ନପାରି ଫିନାଇଲ ପିଇଦେଇଥିଲେ ଛାତ୍ରୀ। ଛାତ୍ରୀ ଙ୍କୁ ଗୁରୁତ୍ୱ ଅବସ୍ଥାରେ ଚିତ୍ରକୋଣ୍ଡା ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି। ଛାତ୍ରୀଙ୍କ ଅବସ୍ଥା ସ୍ଥିର ଥିବା ଡ଼ାକ୍ତର କହିଛନ୍ତି।

 

 

Barsha

Recent Posts

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

6 mins ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

8 mins ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

22 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

23 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

1 hour ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago