ଆଠଗଡ଼ : ଆଜି ହେଉଛି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱର ଙ୍କ ପୀଠ । ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦବେଙ୍କୁ ର୍ଦଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।
କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱର ଙ୍କୁ ର୍ଦଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି ।