ରାଜ୍ୟ

ପଶ୍ଚିମ ଓଡିଶାର ଲୋକଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ, ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନବୀନ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ।  ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 5T ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ପ୍ରକାଶ  କରି ଏହିସବୁ ଭିତ୍ତିଭୂମି କାମ ଠିକ୍ ସମୟରେ ଶେଷ ହେବ ଓ ଏହାର ଗୁଣାତ୍ମକ ମାନ ମଧ୍ୟ ବହୁତ ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇଛି । ଜନପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶାର ବିକାଶ କ୍ଷେତ୍ରରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶରେ ପଶ୍ଚିମ ଓଡିଶାର ଭୂମିକା ଗୁରୁତ୍ବପୂର୍ଣ୍ଣ । କୃଷି, ଶିଳ୍ପ, ଖଣି, ଶିକ୍ଷା ଏବଂ କଳା ଓ ସଂସ୍କୃତିରେ ସମୃଦ୍ଧ ହେଉଛି ପଶ୍ଚିମ ଓଡିଶା । ପର୍ଯ୍ୟଟନର ବିକାଶ ପାଇଁ ମା ସମଲେଶ୍ୱରୀ, ହରିଶଙ୍କର ଓ ନୃସିଂହନାଥ ମନ୍ଦିରର ରୂପାନ୍ତର କାମ ଚାଲିଛି ।  ଏହା ସହିତ ଆହୁରି ଅନେକ ମନ୍ଦିର ଓ ଭିତ୍ତିଭୂମି କାମ ପାଇଁ ମଧ୍ୟ ପଦକ୍ଷେପ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜରିଆରେ ସବୁ କାମ ତଦାରଖ କରୁଛି। ପଶ୍ଚିମ ଓଡିଶା ଖୁବ ଶୀଘ୍ର ବିକାଶର ସବୁ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି ବୋଲି ସେ  କହିଥିଲେ।
ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ଠାରେ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବରଗଡ ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଦେବଗଡ ଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ପ୍ରମୁଖ ଯୋଗ ଦେଇ ପଶ୍ଚିମ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଯୋଜନାବଦ୍ଧ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ୫-ଟି ଉପକ୍ରମରେ ସବୁ କାର୍ଯ୍ୟକ୍ରମ ଠିକ୍‌ ସମୟରେ ଆରମ୍ଭ ହୋଇ ଶେଷ ହେବା ସହିତ ପଶ୍ଚିମ ଓଡିଶାର ବିକାଶ ତ୍ବରାନ୍ବିତ ହୋଇପାରୁଛି ବୋଲି ସେମାନେ ମତ ଦେଇଥିଲେ ।
ଉଦ୍‌ଘାଟିତ ପ୍ରକଳ୍ପ ମଧ୍ୟରେ ବଲାଙ୍ଗୀର ଗଡିଆଜୋର ସେତୁ, ଟିଟିଲାଗଡ ଟାଉନହଲ୍‌, ବରଗଡ ଇକୋ ଟୁରିଜିମ୍‌, ଭିତ୍ତିଭୂମି, ଦେବଗଡ କଲେଜର ନୂଆ ଅଡିଟୋରିଅମ, କଳାହାଣ୍ଡି ବ୍ରଜମୋହନ ହାଇସ୍କୁଲର ନୂଆ ହଷ୍ଟେଲ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ନୂଆ ଅଡିଟୋରିଅମ ଓ କୁଚିଣ୍ଡା କଲେଜର ଅଡିଟୋରିଅମ ରହିଛି । ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମଧ୍ୟରେ ବରଗଡ ଜନ୍ଦୋଲ ଗାଁର କମ୍ୟୁନିଟି ହଲ୍‌, ବରୋମୁଣ୍ଡା କଳାଗ୍ରାମ, କଟାବାହାଲ ପର୍ଯ୍ୟଟନ କେନ୍ଦ୍ର ଏବଂ କଳାହାଣ୍ଡିର ବିଭିନ୍ନ ଜଳାଶୟର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ ସମ୍ବଲପୁର କେସିଆବାହାଲ ଠାରେ ନୂତନ ବହୁମୁଖୀ ହଲ୍‌ର ନିର୍ମାଣ କାମ ରହିଛି।
Sasmita

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

5 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

20 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

36 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

49 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

58 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago