ରାଜ୍ୟ

ଇଡିରେ ଜାଲରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି, ୩ଟି ସ୍ବତନ୍ତ୍ର ଟିମ୍ କରୁଛି ଜେରା

ଭୁବନେଶ୍ୱର (କେନ୍ୟୁଜ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ମାରାଥନ ଜେରା । ଦିନ ପ୍ରାୟ ସାଢେ ୧୦ଟା ବେଳେ ଇଡିରେ ହାଜର ହୋଇଥିଲେ ପ୍ରୟାସକାନ୍ତି । ୨୦ କୋଟିରୁ ଅଧିକ ଟଙ୍କାର ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ତାଙ୍କୁ ଜେରା କରୁଛି ଇଡିର ୩ଟି ସ୍ବତନ୍ତ୍ର ଟିମ୍ । ଫେବୃଆରୀ ୧୫ ତାରିଖରେ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱର ଓ ଭଦ୍ରକର ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା ଇଡି । ରେଡ୍ ବେଳେ ଅନେକ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା।

ପଳାଶପଲ୍ଲୀ ସ୍ଥିତ ବାସଭବନରୁ ୯ଲକ୍ଷ ନଗଦ ଟଙ୍କା ସହ କଳାରଙ୍ଗର ଫର୍ଚ୍ଯୁନର ଜବତ ହୋଇଥିଲା। ଜବତ ମୋବାଇଲରୁ ସମସ୍ତ ତଥ୍ୟ ବାହାର କରୁଛି ଇଡି। ଏଥିରୁ ଜମି ଦୁର୍ନୀତିର ଗୁମର ଖୋଲିବ ବୋଲି ଆଶା ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଲାପଟପ ସହ ବିଭିନ୍ନ ଇଲେକ୍ ଟ୍ରିକ ଗାଜେଟରୁ ତଥ୍ୟ ଉଦ୍ଧାର ଚାଲିଛି। ଗତ ବୁଧବାର ଦିନ ଇଡିରେ ହାଜର ହୋଇ ବୟାନ ରେକର୍ଡ କରାଇଥିଲେ ପ୍ରଫୁଲ୍ଲ ସାମଲ। ପ୍ରଫୁଲ, ପ୍ରୟାୟ କାନ୍ତିଙ୍କ ସମେତ ୭ଜଣଙ୍କୁ ସମନ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

53 seconds ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

10 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

22 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

29 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

31 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

49 mins ago