Below header

ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ

ଅର୍ଥନୈତିକ ସ୍ଥିତି, ଜନସଂଖ୍ୟା ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲ୍ଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।

ଭୁବନେଶ୍ୱର (କେନ୍ୟୁଜ) : ନୂଆ ଜିଲ୍ଲା ଘୋଷଣାରେ ଅଙ୍କୁଶ । ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ। ଅର୍ଥନୈତିକ ସ୍ଥିତି, ଜନସଂଖ୍ୟା ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲ୍ଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।

ରାଜ୍ୟ ସରକାର ଜିଲ୍ଲା ପୁନର୍ଗଠନ କରିବାକୁ ଚାହିଁଲେ ପକ୍ରିୟା ଆରମ୍ଭ କରି ପାରିବେ। କିନ୍ତୁ ହାଇକୋର୍ଟଙ୍କ ବିନା ଅନୁମତିରେ ସେ ନେଇ ଚୂଡାନ୍ତ ନିଷ୍ପତ୍ତି ନେଇ ପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ରାଜଗାଙ୍ଗପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାୟର ଏକ ପିଟିସନର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.