Below header

ନିଜସ୍ୱ ଅର୍ଥରେ ଭୁବନେଶ୍ୱର ରେଲୱେ ଷ୍ଟେସନର ବିକାଶ କରୁଛନ୍ତି ରାଜ୍ୟସରକାର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ସ୍ମାର୍ଟ ସିଟି ମିଶନରେ ଭୁବନେଶ୍ୱର ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବାକୁ କାର୍ଯ୍ୟ ଆରମ୍ଭ ହୋଇଛି । ପ୍ଲାଟ ଫର୍ମ ୧ ଓ ୬ ନମ୍ବର ପାଖରେ ଖାଲିଥିବା ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ରାଜ୍ୟ ସରକାର ନିଜସ୍ୱ ଅର୍ଥରେ ଷ୍ଟେସନର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି । ଷ୍ଟେସନ ନିକଟରେ ଏକ ୧୯ ମହଲା ବିଲଡିଂ ହେବ । ଏହି ବିଲଡିଂରେ ବିଭିନ୍ନ ମଲ ଓ ମାର୍କେଟ କମ୍ପ୍ଲେକ୍ସ ଭଳି ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏହାର ନିର୍ମାଣ ପାଇଁ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ କ୍ଲିଅରାନ୍ସ ମିଳି ସାରିଛି । ପ୍ଲାନ୍‌ ଏବଂ ଡିଜାଇନ୍‌ ବି ଶେଷ ହୋଇଛି ।

ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ବାରମ୍ବାର ଦାବି ହୋଇ ଆସୁଥିଲା । କୋଭିଡ ସ୍ଥିତି, ଜମି ଅଧିଗ୍ରହଣ, ରେଳ ବିଭାଗର କ୍ଲିଅରାନ୍ସ ପାଇଁ କାର୍ଯ୍ୟରେ ବିଳମ୍ବ ହୋଇଥିଲା । ତେବେ ରେଳ ଷ୍ଟେସନର ପ୍ଲାଟଫର୍ମକୁ ରେଳ ବିଭାଗ ବିକାଶ କରିବ ଏବଂ ପାରିପାର୍ଶ୍ୱିକ ଭିତ୍ତିଭୂମିର ବିକାଶ କରିବେ ରାଜ୍ୟ ସରକାର । ବିଧାନସଭାରେ ଏନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.