ରାଜ୍ୟରେ ଦିନ ବେଳା ଅନୁଭୂତ ହେଉଛି ଗୁଳୁଗୁଳି, ୩୦ଯାଏଁ ପାଗ ରହିବ ଶୁଖିଲା!

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ପରେ ଦିନରେ ପ୍ରଚଣ୍ଡ ଖରା ହେବା ସହ ଅଧିକ ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି ଅନୁଭୂତ ହେଉଛି। କିନ୍ତୁ ଆଗାମୀ ୩୦ ଅକ୍ଟୋବର ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। କିନ୍ତୁ ୩୧ତାରିଖ ବେଳକୁ ବଙ୍ଗୋପସାଗର ଅଞ୍ଚଳରୁ ପୂର୍ବାଳୀବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ୩ଦିନ ହେବ ହାଲ୍କା ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡି ସାଙ୍ଗକୁ ଶୀତ ଅନୁଭୂତ ହେଉଛି। ରାତିରେ ଖସୁଛି ପାରଦ । ୧୫ ସହରର ତାପମାତ୍ରା ୨୦ ଡିଗ୍ରୀ ତଳେ ରହୁଛି। କୋରାପୁଟ ଜିଲ୍ଲାରେ ଅଧିକ ଶୀତ ହେବା ସହ ୧୪.୨ ଡିଗ୍ରୀ ତାପମାତ୍ରା ରହିଛି। ଭୁବନେଶ୍ୱରରେ ୨୧.୧ ଓ କଟକରେ ୨୦.୬ ଡିଗ୍ରୀ ରେକର୍ଡ ହୋଇଛି। ଆଗାମୀ ୫ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଡିସେମ୍ବରରେ ଅଧିକ ଶୀତ ଅନୁଭୂତ ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।