ଘଡଘଡି ସହ ହାଲୁକା ବର୍ଷା, ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ୩ ଘଣ୍ଟା ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିରେ କୁହାଯାଇଛି ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଝଡ଼ ବର୍ଷା ପାଇଁ  ଆଜି ୩ ଘଣ୍ଟା ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସକାଳ ୯ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଏପଟେ ସକାଳ ୮ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା । ଭୁବନେଶ୍ବର ଓ ସମ୍ବଲପୁରରେ ସର୍ବାଧିକ ୩୧.୪ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ୩୧ ଡିଗ୍ରୀ, ପାରାଦୀପରେ ୩୦.୬, ହୀରାକୁଦରେ ୩୦.୪, ରାଉରକେଲାରେ ୩୦, ଝାରସୁଗୁଡ଼ାରେ ୩୦, ପୁରୀରେ ୨୯.୬, ବାଲେଶ୍ୱରରେ ୨୯.୬, ଗୋପାଳପୁରରେ ୨୮.୨ ଓ କେନ୍ଦୁଝରରେ ୨୬ ଡିଗ୍ରୀ ରହିଥିଲା।କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ।

ସେହିଭଳି ୮ ତାରିଖରେ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମାଝଡ଼ ପ୍ରଭାବରେ ଗୋଟିଏ ନିମ୍ନ ଚାପରେଖା ବା ଟ୍ରପ ଲାଇନ୍ ସୃଷ୍ଟି ହୋଇଛି। ଅନ୍ୟପଟେ ବଙ୍ଗୋପସାଗର କୂଳରେ ଏକ ଗୁରୁଚାପ ବଳୟ ରହିଛି। ଏହାର ପ୍ରଭାବରେ କୁଆପଥର ବର୍ଷା ହେବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.