ସଚିବାଳୟରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ, ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ କହିଲେ ରାଜସ୍ବମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ। ଭୁବନେଶ୍ବର ରାଜୀବ ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବୈଠକରେ ଏସଆରସି ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ। ବାତ୍ୟାର କିପରି ସଫଳ ମୁକାବିଲା ସହ ଜିରୋ କାଜୁଆଲିଟି ଉପରେ ବୈଠକରେ ଆଲୋଚନା ହୋଇଛି । ସେପଟେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।
ସମ୍ଭାବ୍ୟ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି । ଏସଆରସି ରାଜ୍ୟର ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। କାଲି ଦିନ ୧୧ଟାରେ ଆଉ ଏକ ବୈଠକ ବସିବ। ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। କେହି ବିଚଳିତ କିମ୍ବା ଆତଙ୍କିତ ନହେବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର ବାତ୍ୟାର ମୁକାବିଲା ପାଇଁ ସଜାଗ ରହିଥିବା କହିଛନ୍ତି ରାଜସ୍ବ ମନ୍ତ୍ରୀ।