ରାତି ପାହିଲେ ମାଟ୍ରିକ୍ ପରୀକ୍ଷା, ରାଜରାସ୍ତାରେ ୧୨ ଦିନ ହେଲା ଅହୋରାତ୍ର ଧାରଣା ଦେଇଛନ୍ତି ମାଧ୍ୟମିକ ଶିକ୍ଷକ

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଏପଟେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଅହୋରାତ୍ର ଧାରଣା ଦେଇଛନ୍ତି । ଦାବି ପୂରଣ ନ ହେଲେ ପରୀକ୍ଷାରେ ଅସହଯୋଗ କରିବାକୁ ଚେତାବନୀ ଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଏପଟେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଅହୋରାତ୍ର ଧାରଣା ଦେଇଛନ୍ତି । ଦାବି ପୂରଣ ନ ହେଲେ ପରୀକ୍ଷାରେ ଅସହଯୋଗ କରିବାକୁ ଚେତାବନୀ ଦେଇଛନ୍ତି  । ଆଲୋଚନା ସଫଳ ନ ହେଲେ ପରୀକ୍ଷା ପରିଚାଳନା ଠା ରୁ ଖାତା ଦେଖିବା ଯାଏ ସମସ୍ୟା ଉପଜିବାର ଆଶଙ୍କା କରିଛନ୍ତି ଶିକ୍ଷାବିତ ଓ ଅଭିଭାବକ । ୨୧ ଦଫା ଦାବିରେ ୧୨ ଦିନ ହେଲା ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ ବା ଓଷ୍ଟା ପକ୍ଷରୁ ଲୋୟର ପିଏମଜିରେ ଧାରଣା ଦିଆଯାଇଛି।

୨୩୪ ଅନୁଦାନ ଯୋଗ୍ୟ ସ୍କୁଲକୁ ତୁରନ୍ତ ଅନୁଦାନ ପ୍ରଦାନ, ୨୨୬ ଓ ୩୯୯ ସ୍କୁଲକୁ ସପ୍ତମ ବେତନ କମିଶନ ହାରରେ ଦରମା, ୬୦୮ ପୂର୍ଣ୍ଣଅନୁଦାନ ସ୍କୁଲକୁ ସରକାରୀକରଣ, ଅବସର ବୟସ ସୀମା ୬୦ରୁ ୬୨, ଗ୍ରେଡପେରେ ଥିବା ଅସଙ୍ଗତି ଦୂର, ୨୦୦୪ରୂ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କୁ ୬ଟି ନୋସନାଲ ଇନକ୍ରିମେଣ୍ଟ ପ୍ରଦାନ ଦାବିରେ ସଂଘ ଆନ୍ଦୋଳନ କରୁଛି । ଏପଟେ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସଂଘ କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.