ଆସୁଛି ପଶ୍ଚିମା ଝଡ଼, ତାତିରୁ ମିଳିବ ସାମାନ୍ୟ ତ୍ରାହି

ତାତିରୁ ମିଳିବ ସାମାନ୍ୟ ତ୍ରାହି । ଆସୁଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବ । ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିବ ସାମାନ୍ୟ ତ୍ରାହି । ଆସୁଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବ । ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ୭ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାବେଳେ ୮ ତାରିଖରେ ୧୪ଟି ଜିଲ୍ଲା ଏବଂ ୯ ତାରିଖରେ ୭ଟି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛିି ପାଣିପାଗ ବିଭାଗ ।

ଫଳରେ ବର୍ଷାରେ ଭିଜିପାରେ ରଙ୍ଗର ପର୍ବ । ସେପଟେ ଗତ ୨୪ ଘଣ୍ଟାରେ ୩୮ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା ୫ ସହରରେ ତାପମାତ୍ରା । ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ତାଳଚେର । ସେଠାରେ ସର୍ବାଧିକ ତାପମାତ୍ରା ୩୮.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା । ଭୁବନେଶ୍ୱରରେ ୩୮.୪, ଅନୁଗୁଳରେ ୩୮.୧, ଝାରସୁଗୁଡ଼ା ଓ ଭଦ୍ରକରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ କରାଯାଇଥିଲା । ୩୭ ଡିଗ୍ରୀ ଉପରେ ରହିଥିଲା ୧୧ଟି ସହରରେ ପାରଦ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.