ଆଜିଠୁ ରାଜ୍ୟରେ ବଢ଼ିବ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର : କମିବ ଶୀତ, ବଢ଼ିବ ତାତି । ଆଗାମୀ ୪ରୁ ୫ ଦିନ ଯାଏଁ ଦିନ ଓ ରାତିର ତାପମାତ୍ରା ବଢିବ । ଆଗାମୀ ୫ରୁ ୭ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ଦେଖିବାକୁ ମିଳିବ । ଉପକୂଳ ଓଡ଼ିଶାର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

ଚଳିତ ସପ୍ତାହରେ ଶୀତ ବେଶୀ ଅନୁଭୂତ ହେବ ନାହିଁ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ପାଇଁ ଘନ କୁହୁଡ଼ି ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘନକୁହୁଡି ପାଇଁ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଗତ ୨୪ ଘଣ୍ଟାରେ ୧୦ଟି ଅଞ୍ଚଳରେ ଘନ କୁହୁଡି ସହ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡି ଅନୁଭୂତ ହୋଇଥିଲା । ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରି ରେକର୍ଡ ହୋଇଛି। ଅନୁଗୁଳ, କୋରାପୁଟ ଓ ନୟାଗଡ଼ରେ ଅତ୍ୟଧିକ କୁହୁଡ଼ି ସହ ଚାନ୍ଦବାଲି, କଟକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭୁବନେଶ୍ୱର, ଫୁଲବାଣୀ ଓ ଜଗତ୍‌ସିଂହପୁରରେ ଘନ କୁହୁଡି ଦୃଶ୍ୟମାନ ହୋଇଛି।

 

ଆହୁରି ପଢ଼ନ୍ତୁ : ଆସନ୍ତାକାଲି ଠାରୁ ବଢ଼ିବ ତାପମାତ୍ରା, ୪୮ ଘଣ୍ଟା ପାଇଁ ଘନ କୁହୁଡିର ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ