ତତଲା ତାଓ୍ଵାରେ ସିଝୁଛି ଓଡ଼ିଶା: ୪୧ ଡିଗ୍ରୀ ଉପରେ ୫ ସହର ପାରା

ଭୁବନେଶ୍ୱର (କେନ୍ୟୁଜ): ତତଲା ତାଓ୍ଵାରେ ସିଝୁଛି ଓଡ଼ିଶା। ୪୧ ଡିଗ୍ରୀ ଉପରେ ୫ ସହରର ପାରା। ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୩ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ତାତି ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛି ସ୍ଥାନରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ଦିନ ୯ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି।

ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆଜି ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୩ ତାରିଖରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.