Below header

ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ଟ୍ରକ, ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ସୂଚନା

ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନେଉଳପୁର ଛକ ନିକଟ ୧୬ନଂ ଜାତୀୟ ରାଜପଥ ପାର୍ଶ୍ଵରେ ଗତକାଲି ରାତିରେ ଏକ ୧୪ଚକିଆ ଟ୍ରକ ଜଳିଯାଇଛି। ସଟସର୍କିଟ ଯୋଗୁ ଟ୍ରକଟି ଜଳିଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଯାଜପୁର (କେନ୍ୟୁଜ): ଜାତୀୟ ରାଜପଥରେ ହୁତୁହୁତୁ ହୋଇ ଜଳିଗଲା ଟ୍ରକ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନେଉଳପୁର ଛକ ନିକଟ ୧୬ନଂ ଜାତୀୟ ରାଜପଥ ପାର୍ଶ୍ଵରେ ଗତକାଲି ରାତିରେ ଏକ ୧୪ଚକିଆ ଟ୍ରକ ଜଳିଯାଇଛି। ନେଉଳପୁର ନିକଟରେ ଗତକାଲି ରାତିରେ ଅଟକିଥିବା ଏକ ଟ୍ରକରେ ହଠାତ ନିଆଁ ଲାଗିଯାଇଥିଲା।

ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସଟସର୍କିଟ ଯୋଗୁ ଟ୍ରକଟି ଜଳିଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.