କରୋନାକୁ ନେଇ ବଢ଼ିଲା ଚିନ୍ତା: ଆଜି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, ସଂକ୍ରମଣ ରୋକିବାକୁ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ରାଜ୍ୟରେ ହୁ ହୁ ହୋଇ କରୋନା ବଢୁଥିବାରୁ ସତର୍କ କରାଇଛନ୍ତି କେନ୍ଦ୍ର ସରକାର। ସ୍ଥିତିର ସମୀକ୍ଷା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟେ ବୈଠକ ଡାକିଛନ୍ତି।ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ।

ଭୁବନେଶ୍ଵର (କେନ୍ୟୁଜ): ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଦେଶରେ ଗତ ୧ ସପ୍ତାହ ଧରି ଲାଗାତାର ୩ ହଜାର ଉପରେ ଦୈନିକ ସଂକ୍ରମଣ। କିଛି ରାଜ୍ୟରେ ହୁ ହୁ ହୋଇ କରୋନା ବଢୁଥିବାରୁ ସତର୍କ କରାଇଛନ୍ତି କେନ୍ଦ୍ର ସରକାର। ସ୍ଥିତିର ସମୀକ୍ଷା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟେ ବୈଠକ ଡାକିଛନ୍ତି। ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ। କୋଭିଡ ମୁକାବିଲା ଓ ସତର୍କତା ନେଇ ବୈଠକରେ ହେବ ଆଲୋଚନା।

ଆଜି ଭର୍ଚୁଆଲ ମୋଡରେ ଏହି ବୈଠକ ହେବ । ଏଥିରେ କୋଭିଡ ସମ୍ପର୍କରେ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । ଏଥିରେ ସ୍ୱାସ୍ଥ୍ୟ ବିଭାଗ ଓ ନୀତି ଆୟୋଗର ବରିଷ୍ଠ ଅଧିକାରୀ ବି ସାମିଲ ହେବେ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାର ୩୩୫ ନୂଆ ମାମଲା ଚିହ୍ନଟ ହୋଇଛି । ୧୯୫ ଦିନ ପରେ ଏହା ହେଉଛି ସର୍ବାଧିକ ମାମଲା ।

ଗତ ମାସରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଥିଲେ। ହସ୍‌ପିଟଲ କର୍ମଚାରୀ ଓ ବରିଷ୍ଠ ନାଗରିକଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଥିଲା। ଗତ ୬ ମାସ ଭିତରେ ଗତକାଲି ସର୍ବାଧିକ ୫ହଜାର ୩୩୫ ନୂଆ ମାମଲା ଚିହ୍ନଟ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.