ବାଲେଶ୍ୱର; ଲଗାଣ ବର୍ଷା ଫଳରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ଗତ ୩ ଦିନ ଧରି ବାଲେଶ୍ୱର ଜିଲ୍ଲାରେ ବର୍ଷା ଲାଗି ରହିଛି । ଏହାସହ ନଦୀର ଉପର ମୁଣ୍ଡରେ ମଧ୍ୟ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବେ ବେଳେ ସକାଳ ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୧ ମିଟରରେ ପ୍ରଭାବିତ ହେଉଛି । ନଦୀର ଉପର ମୁଣ୍ଡ
ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଚିତ୍ରଡା, ଶୁଳିଆପଦା ଅଞ୍ଚଳରେ ପ୍ରବଳ ବର୍ଷା ହେବା ଯୋଗୁ ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି ଜଳସ୍ତର ବୃଦ୍ଧି ହେବା ଫଳରେ ବସ୍ତା ବ୍ଲକ୍ର ୭ଟି ପଞ୍ଚାୟତ ଦୁଧହଂସା ଓ ସଦର ବ୍ଳକ୍ର ୨ଟି ପଞ୍ଚାୟତ ଶ୍ରୀରାମପୁର ଓ ରସୁଲପୁର ପଞ୍ଚାୟତର ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବାର ସମ୍ଭାବନା ରହିଛି ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…