୫ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ, କିଛି ସ୍ଥାନରେ ଘନ କୁହୁଡ଼ି ହୋଇପାରେ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ସାମାନ୍ୟ ଉପରେ ରହିଛି। ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା। ଆଗାମୀ ୫ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ୨-୩ଦିନ ସକାଳ ସମୟରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡିର ଆଶଙ୍କା ଥିବା ଆକଳନ କରିଛି ପାଣିପାଗ ବିଭାଗ।
କେତେକ ସ୍ଥାନରେ ଘନ କୁହୁଡ଼ିର ଦେଖାଯାଇପାରେ। କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଘନ କୁହୁଡ଼ି ପାଇଁ ଆସନ୍ତାକାଲି ୯ଟି ଜିଲ୍ଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ତାରିଖରେ ୧୧ଟି ଜିଲ୍ଲାକୁ ଓ ୨୨ତାରିଖରେ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।