Below header

ପାରିବାରିକ କଳହ, ସ୍ବାମୀ ଆଗରେ ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲା ସ୍ତ୍ରୀ

୯ ମାସର ଶିଶୁକନ୍ୟାକୁ ଧରି ନଈକୁ ଡେଇଁଲା ମାଆ । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଗଡ଼ଗଡ଼ି ସେତୁ ଉପରୁ ଛୁଆକୁ ଧରି ମାଆ ଖରସ୍ରୋତା ନଦୀକୁ ଡେଇଁ ପଡିଥିଲେ । ସ୍ଥାନୀୟ ଲୋକେ ଏକ ଡଙ୍ଗା ସାହାଯ୍ୟରେ ଛୁଆ ଓ ମାଆକୁ ଉଦ୍ଧାର କରିଛନ୍ତି ।

ଆଳି (କେନ୍ୟୁଜ): ୯ ମାସର ଶିଶୁକନ୍ୟାକୁ ଧରି ନଈକୁ ଡେଇଁଲା ମାଆ ।  କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଗଡ଼ଗଡ଼ି ସେତୁ ଉପରୁ ଛୁଆକୁ ଧରି ମାଆ ଖରସ୍ରୋତା ନଦୀକୁ ଡେଇଁ ପଡିଥିଲେ । ସ୍ଥାନୀୟ ଲୋକେ ଏକ ଡଙ୍ଗା ସାହାଯ୍ୟରେ ଛୁଆ ଓ ମାଆକୁ ଉଦ୍ଧାର କରିଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଉଭୟ ମାଆ ଓ ଶିଶୁ କନ୍ୟାକୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏମାନଙ୍କ ଘର ଆଳି ଥାନା ଅନ୍ତର୍ଗତ ଖନ୍ଦୋଳ ଗାଁର ବୋଲି ଜଣାପଡିଛି । ପାରିବାରିକ କଳହକୁ ନେଇ ଏପରି ଘଟଣା ଘଟିଥିବା କୁହାଯାଉଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.