ରାଜ୍ୟ

କଟକ: ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବ ନେତାଜୀ ସୁବାଷ ଚନ୍ଦ୍ର ବୋଷ ବସ ଟର୍ମିନାଲ କାମ, ସମୀକ୍ଷା କଲେ ଜିଲ୍ଲାପାଳ ଓ ସିଏମସି କମିଶନର

କଟକ(କେନ୍ୟୁଜ୍): କଟକ ଖାନନଗରରେ ଚାଲିଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ବସ ଟର୍ମିନାଲ କାମ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବ। ଆଜି ଅପରାହ୍ନରେ କେନ୍ଦ୍ରାଞ୍ଚଳ ଆରଡିସି, କଟକ ଜିଲ୍ଲାପାଳ ଓ ସିଏମସି କମିଶନରଙ୍କ ନୂଆ ବସଷ୍ଟାଣ୍ଡରେ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଓବିସିସି ଓ ଆର ଆଣ୍ଡ ବି ପଦାଧିକାରୀ ମଧ୍ୟ ଏହି ସମୀକ୍ଷାରେ ସାମିଲ ଥିଲେ। କଟକ ରିଂ ରୋଡ଼ ପ୍ରଶସ୍ତିକରଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରାଯାଇଛି। ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ପୂର୍ବରୁ ଆରଡିସି ଅଫିସରେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମୀକ୍ଷା ବୈଠକରେ ସିଏମସି କମିଶନର ନିଖିଳ ପବନ କଲ୍ୟାଣ ଓ ଏନଏଚଆଇର ବହୁ ପଦାଧିକାରୀ ଯୋଗ ଦେଇଥିଲେ। ଏହା ପୂର୍ବରୁ ସିଡିଏ ଅଫିସରେ ଆୟୋଜିତ ବୈଠକରେ ବସଷ୍ଟାଣ୍ଡ କାମ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବ ବୋଲି ନିଷ୍ପତ୍ତି ହୋଇଥିଲା। କିନ୍ତୁ ଆନୁଷଙ୍ଗିକ ରାସ୍ତା ଓ ଜାତୀୟ ରାଜପଥ ସଂଯୋଗ ରାସ୍ତା କାମକୁ ନେଇ ସାମାନ୍ୟ ସମସ୍ୟା ରହିଥିଲା। ଆଜିର ଏହି ସମୀକ୍ଷା କାର୍ଯ୍ୟକ୍ରମରେ ଏ ନେଇ ଆଲୋଚନା ହେବା ସହିତ ବସଷ୍ଟାଣ୍ଡ ବାହାରିବା ରାସ୍ତା ସମେତ ଲିଙ୍କରୋଡ଼ ସଂଯୋଗ ରାସ୍ତା ମାର୍ଚ୍ଚ ମାସ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଥିବା ଆରଡିସି ଓ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

32 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

39 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

55 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago