Below header

ବର୍ଷେ ଭିତରେ ସରିବ ଏକାମ୍ରକ୍ଷେତ୍ରର କାମ, ଝଲସିବ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁ ସାଗାର

କେନ୍ୟୁଜ୍(ବ୍ୟୁରୋ):  ଏକାମ୍ରକ୍ଷେତ୍ର ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ଏକାମ୍ରକ୍ଷେତ୍ର ଯୋଜନା ବିଷୟରେ ବିସ୍ତୃତ ଆଲୋଚନା ହୋଇଛି । ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ଏକର ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ୱର ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଆଧ୍ୟାତ୍ମିକ, ଶାନ୍ତ ତଥା ଭକ୍ତିମୟ ପରିବେଶ ସୃଷ୍ଟି କରାଯାଉଛି। ନୂଆ ଯୋଜନା କାର୍ଯ୍ୟକାରୀ ହେବା ପରେ ଦୁଇଲକ୍ଷରୁ ଅଧିକ ଲୋକ ମନ୍ଦିର ସମ୍ମୁଖରେ ସମବେତ ହୋଇ ମହାପ୍ରଭୁଙ୍କ ଶିବରାତ୍ରିରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଅନୁଭବ ଲାଭ କରିପାରିବେ ।

ଏକାମ୍ରକ୍ଷେତ୍ର ଯୋଜନାରେ ବିନ୍ଦୁ ସାଗରରୁ ଲିଙ୍ଗରାଜ ମନ୍ଦିର ଓ ରଥଗଡ଼ା ଠାରୁ ଚନ୍ଦନଯାତ୍ରା ତୀର୍ଥଯାତ୍ରୀମାନେ ସିଧା ଦେଖିପାରିବେ। ପ୍ରାୟ ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁ ସାଗର ନୂଆ ରୂପ ନେବାକୁ ଯାଉଛି। ଏହି ଯୋଜନାରେ ପର୍ଯ୍ୟଟକ ଓ ତାର୍ଥଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ, ଓରିଏଣ୍ଟେସନ ସେଣ୍ଟର, ପାର୍କିଂ, ଫୁଡ ପ୍ଲାଜା, ଭଜନ ମଣ୍ଡପ ସହ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର, କେଦାରଗୌରୀ ଜଳ ନିଷ୍କାସନର ବ୍ୟବସ୍ଥା, ଏକାମ୍ରବାସୀଙ୍କ ସୁବିଧା ଆଦି ବିଭିନ୍ନ ବିଷୟ ଉପରେ ଧ୍ୟାନ ଦିଆଯାଇ ପ୍ରସ୍ତୁତ କରାଯାଇଛି।

ଶ୍ରାବଣ ମାସରେ ଲକ୍ଷ ଲକ୍ଷ ଲୋକ କାଉଡିଆ ଶ୍ରୀ ଲିଙ୍ଗରାଜ ମନ୍ଦିର ଆସିଥାନ୍ତି। ସେମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମନ୍ଦିର ଯାଇ ପାଣି ଲାଗି ଓ ପୂଜା କରିପାରିବେ ସେଥିପାଇଁ ଏହି ଯୋଜନାରେ ଦୃଷ୍ଟି ଦିଆଯାଇଛି।

ଐତିହାସିକ ଦଲିଲରୁ ଜଣାଯାଏ ଯେ ୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା। ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ନୂଆ ରୂପ ନେବାକୁ ଯାଉଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.