ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ସମ୍ଭାବନା! ବିଜୁଳି ଓ ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

thunderstormଏଥିସହ ମେ’ ୩୦, ଜୁନ୍‌ ୧ ଓ ୨ତାରିଖ,ଏହି ତିନି ଦିନ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ଏଥିପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେହିପରି ୩୧ ତାରିଖ ଦିନ ପବନର ବେଗ ବଢ଼ିବ।  କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ କନ୍ଧମାଳ ଆଜି ଜିଲ୍ଲାରେ ଜୋର୍‌ରେ ପବନ ବହିବା ସହ ବର୍ଷା ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.