ପିଛା ଛାଡୁନି ବର୍ଷା: ଉତ୍ତର ଆଣ୍ଡାମାନ ସାଗରରେ ୨୯ ଓ ୩୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଉପରେ ଅବପାତ ସକ୍ରୀୟ । ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଗତି କରୁଛି ଡିପ୍ରେସନ୍‌ । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

ମାସ ଶେଷ ଆଡ଼କୁ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି । ୨୯ ଓ ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ୩ ତାରିଖ ବେଳକୁ ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ । ନଭେମ୍ବର ୩ ପର୍ଯ୍ୟନ୍ତ ତାର ପ୍ରଭାବ ରହିବାର ସମ୍ଭାବନା ରହିଛି । ଏହି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.