ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆଜି ପାଇଁ ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ୨ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଜୁନ୍‌ ୧ରୁ ଜୁଲାଇ ୨୨ ଯାଏ ରାଜ୍ୟରେ ୩୪୬. ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୌସୁମୀ ବର୍ଷା ସ୍ୱାଭାବିକଠାରୁ ୨୪ପ୍ରତିଶତ କମ ରହିଛି। ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.