୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିବ ଆଉ ଗୋଟିଏ ଲଘୁଚାପ, ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା !

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ୧୮ରୁ ବର୍ଷା ଆରମ୍ଭ ହୋଇଯିବ। ସେପଟେ ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଫଳରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି।

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବ । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାପରେ ପାଗ ଶୁଖିଲା ରହିବ।

Leave A Reply

Your email address will not be published.