ଆସୁଛି ଆଉ ଏକ ଲଘୁଚାପ: ୨୦ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା! ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇଁ ୨୦ ତାରିଖରୁ ମତ୍ସ୍ୟଜୀବୀବଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ର ମଧ୍ୟକୁ ଯାଇଛନ୍ତି, ୨୦ ତାରିଖ ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି ।

୨୦ ତାରିଖରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ରାଜ୍ୟରେ ୧୧ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ .୫ ଡିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.