୧୪ରୁ ୧୬ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ୧୪ରୁ ୧୬ ଭୀଷଣ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂଜାରି କରାଯାଇଛି। ପ୍ରବଳ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ। ଦୁଇ ଦିନ ଧରି ଲାଗି ରହିଥିବା ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଜପତି ଜିଲ୍ଲାରେ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ପାହାଡ ଧସି ୬ଟି ପଞ୍ଚାୟତ ବିଛିନ୍ନ ହୋଇଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.