ବଙ୍ଗୋପସାଗରରୁ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ, ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ): ଆଜି ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା। ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣବାୟୁ। ଏହାର ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

କାଳବୈଶାଖୀ ପ୍ରଭାବରେ ୨ରୁ ୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏ ଖସିବ ତାପମାତ୍ରା। ୪ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସମ୍ଭାବନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.