Below header

ଘନୀଭୂତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା। ଲଘୁଚାପ ଏବେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଓଡ଼ିଶା ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଏହା ସହ ଜ଼ଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିିମି ଉଚ୍ଚତାରେ ବ୍ୟାପିଛି। ମୌସୁମୀ ସକ୍ରିୟ ରହିଥିବାରୁ ଗତକାଲି ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

ଆସନ୍ତା ୧୪ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ପାଇଁ ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୪ ତାରିଖରୁ ସମ୍ଭାବ୍ୟ ଲଘୁଚାପର ପ୍ରଭାବରେ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.