ତାତିରୁ ମିଳିବ ତ୍ରାହି, ୪ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୪ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା । ଏବେ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ଉପରେ ସୃଷ୍ଟି ହୋଇଛି । ଏହି ଦୁଇଟି ପାଣିପାଗ ନିୟାମକ ପ୍ରଭାବରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିଲେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ଭିତରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.