ଆସନ୍ତା ୩୦ ସୁଦ୍ଧା ଲଘୁଚାପ ସମ୍ଭାବନା ! ରାଜ୍ୟର ବିଭିନ୍ନ ସ୍ଥାନରେ ହେବ କାଳବୈଶାଖୀ ବର୍ଷା, ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖରେ ଲଗୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ରାୟଗଡା ଓ କେରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ । ଏହାସହ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ମେ ୧ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.