ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା: ୧୧ ଜିଲ୍ଲାରେ ଘନ କୁହୁଡି, ଆସନ୍ତା ୪ରୁ ୫ ଦିନ ଯାଏଁ କମିବ ଶୀତ

ଭୁବନେଶ୍ବର(କେନ୍ଯୁଜ୍): ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜିଠୁ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ୧୧ ଜିଲ୍ଲାରେ ଘନ କୁହୁଡି ହେବ । ଆସନ୍ତା ୪ରୁ ୫ ଦିନ ଯାଏଁ କମିବ ଶୀତ । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ରାତି ତାପମାତ୍ରା । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବଙ୍ଗୋପସାଗରରୁ ଉଷ୍ମ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଯୋଗୁ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି । ହେଲେ କୁହୁଡ଼ି କରୁଛି କଲବଲ । ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି ଜିଲ୍ଲାର ଅଧିକାଂଶ ସ୍ଥାନରେ ଘନ କୁହୁ଼ଡି ଲାଗି ରହୁଛି । ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍‌ସ ପ୍ରଭାବରେ ଆଜିଠୁ ତିନି ଦିନ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ସମ୍ଭାବନା ରହିଛି ।

ଆଜି କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବାଲେଶ୍ୱର ସମେତ ୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କାଲି ରାତିରୁ ବର୍ଷା ପରିମାଣ ବଢ଼ିବ । ୨୯ ତାରିଖରେ କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ ସମେତ ୧୪ଟି ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାହ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.