ଏହି ସବୁ ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ହେବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ଆସନ୍ତାକାଲି ବଜ୍ରପାତ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଥରେ ଓଡ଼ିଶାକୁ ଭିଜାଇବ ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏ ବର୍ଷାର ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବ । ବଜ୍ରପାତ ପାଇଁ କାଲି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏପଟେ ଆସନ୍ତା ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଫଳରେ ଶୀତ କମିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.