ତାତିରେ ଲାଗିବ ବ୍ରେକ, ଲଘୁଚାପ ବର୍ଷା ଆଣିବ ଆଶ୍ବସ୍ତି

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ । ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।  ଆସନ୍ତାକାଲି ସକାଳ ଯାଏ ଏହା ଉତ୍ତର ପଶ୍ଚିମ ଦିଗରେ ଆଗକୁ ଗତି କରିବ ।  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏ ଏହା ଉତ୍ତର ଆଡ଼କୁ ଗତି କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୧୦ ଓ ୧୧ ତାରିଖରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ।

ତେବେ ଆଜି ଓ ଆସନ୍ତାକାଲି ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।  ପରବର୍ତ୍ତୀ ୨୪ ଘଣ୍ଟା ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି କିଛି କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ୯ତାରିଖରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଅନ୍ୟପଟେ ଗତକାଲ୍ ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।  ୪୨.୭ ଡିଗ୍ର ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।

ଆହୁରି ପଢ଼ନ୍ତୁ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୮ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ