Below header

ସକ୍ରିୟ ମୌସୁମୀ : ଆସନ୍ତା ୨ ସପ୍ତାହ ରାଜ୍ୟରେ ହେବ ଭଲ ବର୍ଷା

ଓଡ଼ିଶାରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି । ୨୪ ତାରିଖରେ ପୁଣି ଏକ ଲଘୁଚାପ ସମ୍ଭାବନା । ଆଜି ୭ ଜିଲ୍ଲା ଓ କାଲି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ।

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୨ ସପ୍ତାହ ରାଜ୍ୟରେ ଭଲ ବର୍ଷା ହେବ । ଗୋଟିଏ ପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ ।

ଏହି ଲଘୁଚାପ ପ୍ରଭାବ କମି ଆସିବା ବେଳକୁ ୨୪ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆଜିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.