ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ଏହାଠାରୁ ଅଧିକ ରହିବ।

ତେବେ ଗଞ୍ଜାମ,ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ୧୩ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ସମେତ ମାଲକାନାଗିରି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ିଘଡ଼ି ସହ ବର୍ଷା ହେବ। ଏଥିସହ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆସନ୍ତାକାଲି ମଧ୍ୟ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.