ଆସୁଛି ଆଉ ଏକ ଲଘୁଚାପ: ଆସନ୍ତାକାଲିଠୁ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ ।

ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଆଭ୍ୟନ୍ତର ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା ରହିଛି। ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷିବ। ୨୮ ଓ ୨୯ ତାରିଖ ଆଡକୁ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବ। ଏପର୍ଯ୍ୟନ୍ତ ୧୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Leave A Reply

Your email address will not be published.