ଆଜି ସୃଷ୍ଟି ହେବ ଲଘୁଚାପ: ୧୨ ତାରିଖ ଯାଏ ଭିଜିବ ଓଡିଶା! ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଆଜି ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହି ଲଘୁଚାପ ଆଣିବ ବଡ଼ ବର୍ଷା । ୧୨ ତାରିଖ ଯାଏ ବର୍ଷା ହେବ । ଆଜି ୧୧ ଜିଲ୍ଲା ଗଞ୍ଜାମ, ଗଜପତି, ପୁରୀ, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀରେ ପ୍ରବଳ ବର୍ଷା ହେବ ।

ଆସନ୍ତାକାଲି ୮ଟି ଜିଲା ନବରଙ୍ଗପୁର, ଗଜପତି , ଗଞ୍ଜାମ, ମାଲକନିଗିର, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଘଣ୍ଟାପ୍ରତି ୪୫ କିମିରୁ ୫୦ କିମି ବେଗରେ ପବନ ବହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ଆସନ୍ତା ୯ ଓ ୧୦ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଅଧିକ ବର୍ଷା ଯୋଗୁ କିଛି ତଳିଆ ଅଞ୍ଚଳରେ ପାଣି ଓ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.