ଆଗାମୀ ୪୮ ଘଣ୍ଟାରେ ହେବ ଲଘୁଚାପ! ରାଜ୍ୟରେ ୪ ଦିନ ବର୍ଷିବ

ଆଗାମୀ ୪୮ ଘଣ୍ଟାରେ ହେବ ଲଘୁଚାପ! । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏବେ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ବର୍ଷା ହେବ ।

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୪୮ ଘଣ୍ଟାରେ ହେବ ଲଘୁଚାପ! । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏବେ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ବର୍ଷା ହେବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ । ଆଜିଠାରୁ ବର୍ଷା ହେବ ।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, କୌରାପୁଟ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କାଲିଠାରୁ ବଢ଼ିବ ବର୍ଷା ପରିମାଣ ଓ ବିସ୍ତୃତି । ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୦ରୁ ୨୧ ତାରିଖରେ ବର୍ଷାର ପ୍ରଭାବ ଅଧିକ ରହିବ । ଏହି ଦୁଇ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ତେଣୁ ବର୍ଷାରେ ଭିଜିପାରେ ଗଣେଷ ପୂଜା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.