Below header

ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ: ରାଜ୍ୟ ସରକାରଙ୍କ ଶିକ୍ଷା ବର୍ଷ କ୍ୟାଲେଣ୍ଡରରେ ନାହିଁ କାର୍ଯ୍ୟକ୍ରମ

ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡର ଜାରି କରିଛି । ଏହି କ୍ୟାଲେଣ୍ଡର ଅନୁଯାୟୀ ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳଏ ୭୨ ଦିନ ଛୁଟି ରହିଛି । ଅକ୍ଟୋବର ୨୧ରୁ ୮ ଦିନ ପର୍ଯ୍ୟନ୍ତ ପୂଜା ଛୁଟି ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ। କ୍ୟମ୍ପସ୍ ରାଜନୀତି ମଇଦାନକୁ ଉତ୍ତୁରିବେନି ଛାତ୍ର ନେତା । ବାଜିବନି ବିଗୁଲ୍ କି ହେବନି ପ୍ରଚାର । ଏଭଳି ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡର ଜାରି କରିଛି । ଯେଉଁଥିରେ ନିର୍ବାଚନ ତାରିଖ ବାବଦରେ କୌଣସି ଉଲେଖ ନାହିଁ ।

ଆଗକୁ ସାଧାରଣ ନିର୍ବାଚନ ରହିଥିବାରୁ କ୍ୟାମ୍ପସରେ ନିର୍ବାଚନ କରି ଛାତ୍ର ଓ ଯୁବ ସଙ୍ଗଠନରେ ଫାଟ ସୃଷ୍ଟି କରିବାକୁ ଶାସକ ଦଳ ଚାହିଁ ନାହିଁ। ଯେଉଁଥିପାଇଁ ଅତି ଚତୁରତାର ସହ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳଏ ୭୨ ଦିନ ଛୁଟି ରହିଛି । ଅକ୍ଟୋବର ୨୧ରୁ ୮ ଦିନ ପର୍ଯ୍ୟନ୍ତ ପୂଜା ଛୁଟି ରହିଛି । ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ।

ସୂଚନାଯୋଗ୍ୟ ଯେ ଅନ୍ତିମଥର ପାଇଁ ୨୦୧୭ରେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା । ସେହିବର୍ଷ ବିଜୁ ଛାତ୍ର ଜନତା ଦଳ ୯୫ ପ୍ରତିଶତ କ୍ୟାମ୍ପସରେ ବିଜୟ ହୋଇଥିବା ବେଳେ ଏବିଭିପି ୬୦ ପ୍ରତିଶତ ଓ ଛାତ୍ର କଂଗ୍ରେସ ୬୪ ପ୍ରତିଶତ କ୍ୟାମ୍ପସରେ ବିଜୟ ଲାଭ କରିଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.