Below header

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ୩ୟ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତବର୍ଷ ରଥନିର୍ମାଣ ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି । ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି ।

ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି । ତେବେ ୭୯୬ ଖଣ୍ଡରୁ ଆଜି ପର୍ଯ୍ୟନ୍ତ ମୋଟ ୬୨ଖଣ୍ଡ ବର୍ତମାନ ସୁଦ୍ଧା ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ । ତେବେ ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା ।

ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି । ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ତାରିଖ ବୁଧବାର ଶ୍ରୀରାମ ନବମୀଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.