Below header

ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ବାଜିଲା ମୋହର: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ

ଭୁବନେଶ୍ବର(କେନ୍ୟୁଜ): ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ । ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନେଇଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂଆ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ।

ଏହା ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ । ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବା ବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛି । ଏଥିମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ ଲେଖାଏ, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ମଧ୍ୟ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ରହିଛି ।

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟ (ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି । ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ସ୍ଥାପନ ହେବ । ଏଥିସହିତ ୧୦ଟି ବାଣିିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର ହୋଇଛି । ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧ କୋଟି ୨୬ ଲକ୍ଷ ଟଙ୍କାର ବଜେଟକୁ ଅନୁମୋଦନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.