ଏଥର ସାଧାରଣ ନିର୍ବାଚନରେ ଲାଗୁ ହେବ ନୂଆ ବ୍ୟବସ୍ଥା, ହୋମ ଭୋଟିଂ ବ୍ୟବସ୍ଥା

ଏଥର ସାଧାରଣ ନିର୍ବାଚନରେ ଲାଗୁ ହେବ ନୂଆ ବ୍ୟବସ୍ଥା । ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ସେମାନଙ୍କର ଭୋଟ ଦେବା ପାଇଁ ବ୍ୟବସ୍ଥା କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ):  ଏଥର ସାଧାରଣ ନିର୍ବାଚନରେ ଲାଗୁ ହେବ ନୂଆ ବ୍ୟବସ୍ଥା । ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ସେମାନଙ୍କର ଭୋଟ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ। ସେହିପରି ୮୦ ବର୍ଷରୁ ଅଧିକ ବୟସ୍କ ଓ ୪୦ ପ୍ରତିଶତ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ପଡ଼ି ରହିଥିବା ବ୍ୟକ୍ତିଙ୍କ ପାଇଁ ହୋମ ଭୋଟିଂ ବ୍ୟବସ୍ଥା ହୋଇଛି । ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଟାଇମ୍ ଲାଇନ୍ ଅନୁସାରେ ଚାଲିଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ କାର୍ଯ୍ୟ ସରିଛି । ଏବେ ତୃତୀୟ ପର୍ଯ୍ୟାୟ କାର୍ଯ୍ୟ ଚାଲିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.