ଚଳିତ ବର୍ଷ ନିରାଡମ୍ବର ଭାବେ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନିରାଡ଼ମ୍ବର ଭାବେ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ । ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡମ୍ବର ଭାବେ ପାଳନ କରାଯିବ । ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି । ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

CM-Naveen-Patnaik1ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି । ଏହାସହ ପ୍ରବାଦ ପୁରୁଷଙ୍କ ଦେଶ ଏବଂ ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୂର୍ଣ୍ଣ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ଦୀର୍ଘ ଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ କାର୍ଯ୍ୟ ଜାରି ରଖିବେ । ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ୱାସ୍ଥ୍ୟଗତ ସମସ୍ୟାରେ ନପଡନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ବିଜେଡି ସଭାପତି ସବୁ କର୍ମୀ, ନେତା ଓ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି ।

ministerମୁଖ୍ୟମନ୍ତ୍ରୀଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସଫଳତାର ସହ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉତ୍ସର୍ଗୀକୃତ ମନୋଭାବକୁ ସବୁଦିନ ମନେ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ କୌଣସି ପରିସ୍ଥିତିରେ ପଦାକୁ ନବାହାରି ଘର ଭିତରେ ରହି ଶ୍ରଦ୍ଧାଞ୍ଜଳି ଦେବାକୁ କୁହାଯାଇଛି । ଏକ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.