ରାଜ୍ୟ

ଚଳିତ ବର୍ଷ ନିରାଡମ୍ବର ଭାବେ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନିରାଡ଼ମ୍ବର ଭାବେ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ । ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡମ୍ବର ଭାବେ ପାଳନ କରାଯିବ । ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି । ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି । ଏହାସହ ପ୍ରବାଦ ପୁରୁଷଙ୍କ ଦେଶ ଏବଂ ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୂର୍ଣ୍ଣ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ଦୀର୍ଘ ଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ କାର୍ଯ୍ୟ ଜାରି ରଖିବେ । ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ୱାସ୍ଥ୍ୟଗତ ସମସ୍ୟାରେ ନପଡନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ବିଜେଡି ସଭାପତି ସବୁ କର୍ମୀ, ନେତା ଓ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସଫଳତାର ସହ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉତ୍ସର୍ଗୀକୃତ ମନୋଭାବକୁ ସବୁଦିନ ମନେ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ କୌଣସି ପରିସ୍ଥିତିରେ ପଦାକୁ ନବାହାରି ଘର ଭିତରେ ରହି ଶ୍ରଦ୍ଧାଞ୍ଜଳି ଦେବାକୁ କୁହାଯାଇଛି । ଏକ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା କହିଛନ୍ତି ।

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

31 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

33 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

36 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

42 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

57 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 hours ago