ରାଜ୍ୟ

ଚଳିତ ବର୍ଷ କରୋନା କଟକଣା ସହ କମ୍‌ ସେବାୟତରେ ହେବ ସ୍ନାନ ଯାତ୍ରା

ପୁରୀ(କେନ୍ୟୁଜ୍‌) : ଚଳିତ ବର୍ଷ କରୋନା କଟକଣା ଯୋଗୁ ଅଳ୍ପ ସେବାୟତରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ସମ୍ପନ୍ନ ହେବ । ସ୍ନାନ ଯାତ୍ରାରେ ଯୋଗ ଦେଉଥିବା ସେବାୟତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ।

ତେବେ କେତେ ସଂଖ୍ୟାରେ ସେବାୟତ ସ୍ନାନ ଯାତ୍ରା କରିପାରିବେ ଓ କେଉଁ ନିଯୋଗରୁ କେତେ ରହିବେ ତା’ର ତାଲିକା ୨୫ ତାରିଖ ସୁଦ୍ଧା ପ୍ରଶାସନକୁ ଦିଆଯିବ । ସେହି ସେବାୟତମାନଙ୍କୁ ପ୍ରଶାସନ ପକ୍ଷରୁ ପରିଚୟ ପତ୍ର ମିଳିବ ।ସେମାନେ ଏହି ପରିଚୟ ପତ୍ର ଦେଖାଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ । ବିନା ଭକ୍ତରେ ସ୍ନାନପୂର୍ଣ୍ଣିମା ନୀତି ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଛତିଶା ନିଯୋଗ ବୈଠକରେ ଆଜି ଏ ସମ୍ପର୍କରେ ଆଲୋଚନା ହୋଇଛି ।

ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ସରିବା ପରେ ଜୁନ୍‌ ୧ ସୁଦ୍ଧା ଏ ନେଇ ସ୍ପଷ୍ଟ ହେବ । କରୋନାକୁ ଦୃଷ୍ଟିରେ ରଖି ସରକାରଙ୍କ ଯାହା ନିର୍ଦ୍ଦେଶନାମା ଆସିବ, ସେହି ଅନୁସାରେ ପଦକ୍ଷେପ ନିଆଯିବ ।

ବୈଠକରେ ରଥଟଣା ନେଇ ମଧ୍ୟ ଆଲୋଚନା ହେବ । ସେବାୟତମାନେ ନିଜେ ରଥ ଟାଣିବା ପାଇଁ ବୈଠକରେ ପ୍ରସ୍ତାବ ଦେଇଛନ୍ତି । ତେବେ ରଥ ନିର୍ମାଣରେ ଲାଗିଥିବା ସମସ୍ତ ସେବାୟତଙ୍କ କୋଭିଡ୍ ଟେଷ୍ଟ୍ ରିପୋର୍ଟ ନେଗେଟିଭ୍ ଆସିଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

Niharanjan

Recent Posts

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

11 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

49 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago