Below header

ଅନଲାଇନ୍‌ରେ ହେବ UG – PG ପରୀକ୍ଷା, ବିଶ୍ୱବିଦ୍ୟାଳୟକୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର(କେ ନ୍ୟୁଜ):  ଅନଲାଇନ୍‌ରେ ହେବ UG – PG ପରୀକ୍ଷା। ଜୁଲାଇ, ଅଗଷ୍ଟ ସୁଦ୍ଧା ଅନ୍‌ଲାଇନ୍‌ ମୋଡ୍‌ରେ EXAM ହେବ। ଏନେଇ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। କୁଳପତି ମାନଙ୍କ ମତାମତ ନେବା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପରୀକ୍ଷା କେବେ ଓ କିପରି କରାଯିବ ସେନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ। ଅନ୍‌ଲାଇନ୍‌ରେ ପରୀକ୍ଷା କରିବାକୁ ବିଶ୍ୱବିଦ୍ୟାଳୟକୁ ଦାୟିତ୍ୱ ଦିଆଯାଇଛି ।

ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ କଲେଜ ପରୀକ୍ଷା ତାରିଖ ସ୍ଥିର କରିବେ। ଘରେ କିମ୍ବା ନିକଟସ୍ଥ କଲେଜରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ। ଅଗଷ୍ଟ-ସେପ୍ଟେମ୍ବର ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.