ରାଜ୍ୟ

ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ, ସମାଧାନ ହେଲା ୩୮ ହଜାର ୪୪୭ଟି ମାମଲା

ଭୁବନେଶ୍ୱର (କେନ୍ୟୁଜ): ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହୋଇଛି । ଜିଲ୍ଲା ଓ ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ନିଶିଥ ନିଶାଙ୍କଙ୍କ ନିର୍ଦ୍ଦେଶରେ ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଜଟଣୀ, ଟାଙ୍ଗୀ ଓ ବେଗୁନିଆସ୍ଥିତ ବିଚାର ବିଭାଗୀୟ ଅଦାଲତ ପରିସରରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି । ଏଥିରେ ସାଲିସଯୋଗ୍ୟ ଫୌଜଦାରୀ, ଚେକ ବାଉନ୍ସ, ମୋଟର ଯାନ ଦୁର୍ଘଟଣା, ବ୍ୟାଙ୍କ ଋଣ, ଶ୍ରମ ଓ ବିଦ୍ୟୁତ, ପାରିବାରିକ ଏବଂ ବୈବାହିକ ମାମଲା, ଜମି ଅଧିଗ୍ରହଣ, ରାଜସ୍ବ, ଖାଉଟି ବ୍ୟାପାର ଭଳି ବହୁ ଜନ ଉପଯୋଗୀ ମାମଲାର ବିଚାର ହୋଇଥିଲା ।

ବିଭିନ୍ନ ଅଦାଲତରେ ଆଗତ ୫୭ ହଜାର ୮୨୪ଟି ମାମଲା ମଧ୍ୟରୁ ସର୍ବମୋଟ ୩୮ ହଜାର ୪୪୭ଟି ମାମଲାର ଚୂଡାନ୍ତ ଫଇସଲା ଆପୋଷ ଆଲୋଚନା ମାଧ୍ୟମରେ ହୋଇଥିଲା । ଏହି ମାମଲା ଗୁଡ଼ିକରୁ ସମୁଦାୟ ୧୧ କୋଟି ୯୬ଲକ୍ଷ ୬୩ ହଜାର ୫୦୪ ଟଙ୍କା ଜରିମାନା ଏବଂ ରାଜସ୍ୱ ଆଦାୟ ହେବା ସହ ଉଭୟ ପକ୍ଷଙ୍କ ମଧ୍ୟରେ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଥିଲା । ଏଥିରେ ସମସ୍ତ ବିଚାର ବିଭାଗୀୟ ଅଧିକାରୀ, ରାଜସ୍ୱ ଅଧିକାରୀ, ଆଇନଜିବୀ, କୋର୍ଟ ମ୍ୟାନେଜର, ଅଦାଲତ କର୍ମଚାରୀ, ପ୍ରାଧିକରଣଙ୍କ କର୍ମଚାରୀ, ଡିଫେନ୍ସ କାଉନସିଲ ପ୍ରମୁଖ ଉପସ୍ଥିତ ଥିଲେ । ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସୌଦାମିନୀ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

23 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

26 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

30 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

43 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

59 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago