ଆଜି ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ

ପୁରୀ(କେନ୍ୟୁଜ୍):  ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଶ୍ରୀମନ୍ଦିର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଟୀ ଗତ ସେବା ଅଟେ। ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁର ପଇତା ଲାଗି କରାଯାଇଥାଏ ।

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.